ମାର୍କ 10

ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ।

Mark 10:28 (UKJV) Then Peter began to say unto him, Lo, we have left all, and have followed you.

26ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?

27ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।”

28ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ।

29ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି,

30ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.