ମାର୍କ 10

ଯୀଶୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ,

Mark 10:33 (UKJV) Saying, Behold, we go up to Jerusalem; and the Son of man shall be delivered unto the chief priests, and unto the scribes; and they shall condemn him to death, and shall deliver him to the Gentiles:

31କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”

32ସେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ଶିଷ୍ୟମାନେ ବିସ୍ମୟାନ୍ୱିତ ଓ ପଛରେ ଆସୁଥିବା ଲୋକେ ଭୀତ ହୋଇଥିଲେ। ଏଣୁ ସେ ପୁନର୍ବାର ବାର ଶିଷ୍ୟଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ।

33ଯୀଶୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ,

34ପୁଣି, ଶାସ୍ତ୍ରୀମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ପରେ ସେ ପୁନରୁତ୍ଥିତ ହେବେ।”

35ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.