ମାର୍କ 10

ତହୁଁ ସେ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?”

Mark 10:36 (UKJV) And he said unto them, What would all of you that I should do for you?

34ପୁଣି, ଶାସ୍ତ୍ରୀମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ପରେ ସେ ପୁନରୁତ୍ଥିତ ହେବେ।”

35ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ।

36ତହୁଁ ସେ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?”

37ସେମାନେ ତାହାଙ୍କୁ କହିଲେ, ଆପଣ ମହିମାପ୍ରାପ୍ତ ହେଲେ ଯେପରି ଆମ୍ଭମାନଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣକ ବାମ ପାର୍ଶ୍ୱରେ ବସିବ, ଆମ୍ଭମାନଙ୍କୁ ଏହି ବର ଦିଅନ୍ତୁ।

38କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇପାର?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.