2ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀକୁ ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ?
3ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?”
4ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି।
5ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲେଖିଅଛନ୍ତି।
6କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ବର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।