ମାର୍କ 10

କିନ୍ତୁ ମୋହର ଦକ୍ଷିଣ ଅବା ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।”

Mark 10:40 (UKJV) But to sit on my right hand and on my left hand is not mine to give; but it shall be given to them for whom it is prepared.

38କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇପାର?”

39ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପାରୁ। ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି, ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ;

40କିନ୍ତୁ ମୋହର ଦକ୍ଷିଣ ଅବା ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।”

41ଅନ୍ୟ ଦଶ ଜଣ ଏହା ଶୁଣି ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେବାକୁ ଲାଗିଲେ।

42ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଯେଉଁମାନେ ଅଣଯିହୁଦୀମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ଅଣଯିହୁଦୀମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.