ମାର୍କ 10

ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ।

Mark 10:44 (UKJV) And whosoever of you will be the chiefest, shall be servant of all.

42ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଯେଉଁମାନେ ଅଣଯିହୁଦୀମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ଅଣଯିହୁଦୀମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।

43କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,

44ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ।

45କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।”

46ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.