45କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।”
46ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା।
47ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ।
48ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ।
49ସେଥିରେ ଯୀଶୁ ଠିଆ ହୋଇ କହିଲେ, “ତାହାକୁ ଡାକ।” ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି।