50ତହିଁରେ ସେ ଆପଣା ଚାଦର ଫୋପାଡ଼ିଦେଇ ଉଠି ଯୀଶୁଙ୍କ ନିକଟକୁ ଆସିଲା।
51ଯୀଶୁ ତାହାକୁ ଉତ୍ତର ଦେଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ।
52ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” ତତ୍କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା।