6କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ବର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।
7ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ।
8ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି।
9ଅତଏବ, ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ।”
10ପରେ ଶିଷ୍ୟମାନେ ଘରେ ଯୀଶୁଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ।