ମାର୍କ 11

ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ଜୀତପର୍ବତ ପାର୍ଶ୍ୱସ୍ଥ ବୈଥ୍‌ଫାଗୀ ଓ ବେଥନୀୟା ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,

Mark 11:1 (UKJV) And when they came nigh to Jerusalem, unto Bethphage and Bethany, at the mount of Olives, he sends forth two of his disciples,

1ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ଜୀତପର୍ବତ ପାର୍ଶ୍ୱସ୍ଥ ବୈଥ୍‌ଫାଗୀ ଓ ବେଥନୀୟା ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,

2“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା କ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆ ବନ୍ଧା ହୋଇଥିବା ଦେଖିବ; ତାହାକୁ ଫିଟାଇ ଘେନିଆସ।

3ଆଉ, ଯେବେ କେହି ‘ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ,’ ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.