10ଆମ୍ଭମାନଙ୍କ ପିତୃ-ପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା!
11ପରେ ସେ ଯିରୂଶାଲମ ସହରକୁ ଆସି ମନ୍ଦିରରେ ପ୍ରବେଶ କଲେ, ପୁଣି, ଚତୁର୍ଦ୍ଦିଗସ୍ଥ ସମସ୍ତ ବିଷୟ ନିରୀକ୍ଷଣ କରି ସନ୍ଧ୍ୟା ହୋଇଯିବାରୁ ବାର ଶିଷ୍ୟଙ୍କ ସହିତ ବେଥନୀୟାକୁ ବାହାରିଗଲେ।
12ତହିଁ ଆରଦିନ ବେଥନୀୟାରୁ ଆସୁଥିବା ସମୟରେ ଯୀଶୁ କ୍ଷୁଧିତ ହେଲେ;
13ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରିବୃକ୍ଷ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା।
14ସେଥିରେ ଯୀଶୁ ତାହାକୁ କହିଲେ, “ଆଉ କଦାପି କେହି ତୋʼଠାରୁ ଫଳ ନ ଖାଉ।” ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ।