ମାର୍କ 11

ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରିବୃକ୍ଷ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା।

Mark 11:13 (UKJV) And seeing a fig tree far off having leaves, he came, if lest by any means he might find any thing thereon: and when he came to it, he found nothing but leaves; for the time of figs was not yet.

11ପରେ ସେ ଯିରୂଶାଲମ ସହରକୁ ଆସି ମନ୍ଦିରରେ ପ୍ରବେଶ କଲେ, ପୁଣି, ଚତୁର୍ଦ୍ଦିଗସ୍ଥ ସମସ୍ତ ବିଷୟ ନିରୀକ୍ଷଣ କରି ସନ୍ଧ୍ୟା ହୋଇଯିବାରୁ ବାର ଶିଷ୍ୟଙ୍କ ସହିତ ବେଥନୀୟାକୁ ବାହାରିଗଲେ।

12ତହିଁ ଆରଦିନ ବେଥନୀୟାରୁ ଆସୁଥିବା ସମୟରେ ଯୀଶୁ କ୍ଷୁଧିତ ହେଲେ;

13ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରିବୃକ୍ଷ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା।

14ସେଥିରେ ଯୀଶୁ ତାହାକୁ କହିଲେ, “ଆଉ କଦାପି କେହି ତୋʼଠାରୁ ଫଳ ନ ଖାଉ।” ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ।

15ତାହା ପରେ ସେମାନେ ଯିରୂଶାଲମ ସହରକୁ ଆସିଲେ, ଆଉ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.