13ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରିବୃକ୍ଷ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା।
14ସେଥିରେ ଯୀଶୁ ତାହାକୁ କହିଲେ, “ଆଉ କଦାପି କେହି ତୋʼଠାରୁ ଫଳ ନ ଖାଉ।” ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ।
15ତାହା ପରେ ସେମାନେ ଯିରୂଶାଲମ ସହରକୁ ଆସିଲେ, ଆଉ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
16ଆଉ ମନ୍ଦିର ମଧ୍ୟ ଦେଇ କାହାରିକୁ କୌଣସି ପାତ୍ର ଘେନିଯିବାକୁ ଅନୁମତି ଦେଲେ ନାହିଁ,
17ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, “ଏହା କଅଣ ଲେଖା ନାହିଁ, ‘ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ?’ କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ଗହ୍ୱର କରିଅଛ।”