24ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।
25ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
26[କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।]”
27ପରେ ସେମାନେ ପୁନର୍ବାର ଯିରୂଶାଲମ ସହରକୁ ଆସିଲେ; ଆଉ ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ,
28ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା?