2“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା କ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆ ବନ୍ଧା ହୋଇଥିବା ଦେଖିବ; ତାହାକୁ ଫିଟାଇ ଘେନିଆସ।
3ଆଉ, ଯେବେ କେହି ‘ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ,’ ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ।”
4ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ।
5ସେଥିରେ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି ସେମାନଙ୍କୁ ପଚାରିଲେ, ଗଧଛୁଆକୁ ଫିଟାଇ କଅଣ କରୁଅଛ?
6ଯୀଶୁ ଯେପରି କହିଥିଲେ, ସେମାନେ ସେହିପରି ସେମାନଙ୍କୁ ଉତ୍ତର ଦେଲେ; ତହିଁରେ ସେମାନେ ସେମାନଙ୍କୁ ଅନୁମତି ଦେଲେ।