3ଆଉ, ଯେବେ କେହି ‘ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ,’ ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ।”
4ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ।
5ସେଥିରେ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି ସେମାନଙ୍କୁ ପଚାରିଲେ, ଗଧଛୁଆକୁ ଫିଟାଇ କଅଣ କରୁଅଛ?
6ଯୀଶୁ ଯେପରି କହିଥିଲେ, ସେମାନେ ସେହିପରି ସେମାନଙ୍କୁ ଉତ୍ତର ଦେଲେ; ତହିଁରେ ସେମାନେ ସେମାନଙ୍କୁ ଅନୁମତି ଦେଲେ।
7ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ।