5ସେଥିରେ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି ସେମାନଙ୍କୁ ପଚାରିଲେ, ଗଧଛୁଆକୁ ଫିଟାଇ କଅଣ କରୁଅଛ?
6ଯୀଶୁ ଯେପରି କହିଥିଲେ, ସେମାନେ ସେହିପରି ସେମାନଙ୍କୁ ଉତ୍ତର ଦେଲେ; ତହିଁରେ ସେମାନେ ସେମାନଙ୍କୁ ଅନୁମତି ଦେଲେ।
7ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ।
8ପୁଣି, ଅନେକେ ପଥରେ ଆପଣା ଆପଣା ଲୁଗା ବିଛାଇଲେ ଓ ଅନ୍ୟମାନେ କ୍ଷେତରୁ ଡାଳ କାଟି ଆଣି ବିଛାଇଦେଲେ।
9ଆଉ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ!