ମାର୍କ 12

ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,

Mark 12:18 (UKJV) Then come unto him the Sadducees, which say there is no resurrection; and they asked him, saying,

16ତହିଁରେ ସେମାନେ ତାହା ଆଣିଲେ। ଯୀଶୁ ସେମାନଙ୍କୁ ପଚାରିଲେ, “ଏହି ମୂର୍ତ୍ତି ଓ ନାମ କାହାର?” ସେମାନେ ତାହାଙ୍କୁ କହିଲେ, କାଇସରଙ୍କର।

17ସେଥିରେ ଯୀଶୁ ସେମାନଙ୍କୁ କହିଲେ, “କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।” ତହିଁରେ ସେମାନେ ଯୀଶୁଙ୍କ କଥାରେ ଅତ୍ୟନ୍ତ ଚମତ୍କୃତ ହେଲେ।

18ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,

19ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ମରେ, ଆଉ ତାହାର ଭାର୍ଯ୍ୟା ଜୀବିତା ଥାଏ, ପୁଣି, ତାହାର କୌଣସି ସନ୍ତାନ ନ ଥାଏ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।

20ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.