18ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,
19ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ମରେ, ଆଉ ତାହାର ଭାର୍ଯ୍ୟା ଜୀବିତା ଥାଏ, ପୁଣି, ତାହାର କୌଣସି ସନ୍ତାନ ନ ଥାଏ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
20ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
21ପରେ ଦ୍ୱିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା,
22ଆଉ ସାତ ଜଣଯାକ ନିଃସନ୍ତାନ ହୋଇ ମଲେ; ସମସ୍ତଙ୍କ ଶେଷରେ ସେହି ସ୍ତ୍ରୀ ମଧ୍ୟ ମଲା।