21ପରେ ଦ୍ୱିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା,
22ଆଉ ସାତ ଜଣଯାକ ନିଃସନ୍ତାନ ହୋଇ ମଲେ; ସମସ୍ତଙ୍କ ଶେଷରେ ସେହି ସ୍ତ୍ରୀ ମଧ୍ୟ ମଲା।
23ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ।
24ଯୀଶୁ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?
25ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।