ମାର୍କ 12

ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ବର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର?

Mark 12:26 (UKJV) And as concerning the dead, that they rise: have all of you not read in the book of Moses, how in the bush God spoke unto him, saying, I am the God of Abraham, and the God of Isaac, and the God of Jacob?

24ଯୀଶୁ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?

25ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।

26ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ବର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର?

27ସେ ମୃତମାନଙ୍କର ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର। ତୁମ୍ଭେମାନେ ବଡ଼ ଭ୍ରାନ୍ତ ହେଉଅଛ।”

28ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ଯୀଶୁ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କେଉଁ ଆଜ୍ଞା ପ୍ରଧାନ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.