33ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମବଳି ଓ ବଳିଦାନ ଅପେକ୍ଷା ଗୁରୁତର।
34ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ।” ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।
35କିନ୍ତୁ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିବା ସମୟରେ ଉତ୍ତର ଦେଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଶାସ୍ତ୍ରୀମାନେ କିପରି କହନ୍ତି?
36ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
37ସ୍ୱୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?”