38ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ। ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, “ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପରିଧାନ କରି ଭ୍ରମଣ କରିବାକୁ, ପୁଣି, ହାଟ ବଜାରରେ ନମସ୍କାର,
39ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ଗ୍ରହଣ କରିବାକୁ ଭଲ ପାଆନ୍ତି;
40ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।”
41ପରେ ସେ ଭଣ୍ଡାର ସମ୍ମୁଖରେ ବସି ଲୋକସମୂହ କିପରି ଭଣ୍ଡାରରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ଭଣ୍ଡାରରେ ବେଶି ପକାଇଲେ;
42ଆଉ ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ଭଣ୍ଡାରରେ ପକାଇଲା।