10ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ।
11ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କଅଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି।
12ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;
13ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।”
14“କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ୍ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;