ମାର୍କ 13

ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ବସ୍ତ୍ର ଘେନିଯିବା ପାଇଁ ଫେରି ନ ଯାଉ।

Mark 13:16 (UKJV) And let him that is in the field not turn back again in order to take up his garment.

14“କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ୍ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;

15ଯେ ଛାତ ଉପରେ ଥାଏ, ସେ ଆପଣା ଘରୁ କୌଣସି ପଦାର୍ଥ ଘେନିଯିବା ପାଇଁ ଓହ୍ଲାଇ ନ ଆସୁ ବା ଭିତରକୁ ନ ଯାଉ;

16ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ବସ୍ତ୍ର ଘେନିଯିବା ପାଇଁ ଫେରି ନ ଯାଉ।

17ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର!

18କିନ୍ତୁ ଏହା ଯେପରି ଶୀତକାଳରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.