16ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ବସ୍ତ୍ର ଘେନିଯିବା ପାଇଁ ଫେରି ନ ଯାଉ।
17ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର!
18କିନ୍ତୁ ଏହା ଯେପରି ଶୀତକାଳରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର।
19କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ବରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।
20ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି।