ମାର୍କ 13

ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ କଅଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”

Mark 13:2 (UKJV) And Jesus answering said unto him, See you these great buildings? there shall not be left one stone upon another, that shall not be thrown down.

1ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ!

2ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ କଅଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”

3ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,

4ପୁଣି, ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.