20ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି।
21ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ଵା ‘ଦେଖ, ସେଠାରେ,’ କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ।
22ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।
23କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି।”
24“ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ‘ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,