22ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।
23କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି।”
24“ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ‘ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
25ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ।’
26ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ।