26ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ।
27ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”
28“ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
29ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ସେ ଦ୍ୱାରରେ ସନ୍ନିକଟ, ଏହା ଜାଣ।
30ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପିଢ଼ି କୌଣସି ପ୍ରକାରେ ଲୋପ ପାଇବ ନାହିଁ।