29ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ସେ ଦ୍ୱାରରେ ସନ୍ନିକଟ, ଏହା ଜାଣ।
30ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପିଢ଼ି କୌଣସି ପ୍ରକାରେ ଲୋପ ପାଇବ ନାହିଁ।
31ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
32“କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି।
33ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ।