31ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
32“କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି।
33ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ।
34ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି।
35ଅତଏବ, କାଳେ ଗୃହକର୍ତ୍ତା ହଠାତ୍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି,