ମାର୍କ 13

ପୁଣି, ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ।

Mark 13:4 (UKJV) Tell us, when shall these things be? and what shall be the sign when all these things shall be fulfilled?

2ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ କଅଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”

3ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,

4ପୁଣି, ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ।

5ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।

6ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.