13ସେଥିରେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣକୁ ଏହା କହି ପଠାଇଲେ, “ତୁମ୍ଭେମାନେ ନଗରକୁ ଯାଅ, ଆଉ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ତାହାର ପଛେ ପଛେ ଯାଅ;
14ସେ ଯେଉଁ ଗୃହରେ ପ୍ରବେଶ କରିବ, ସେହି ଗୃହର କର୍ତ୍ତାଙ୍କୁ କୁହ, ଗୁରୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ମୋହର ସେହି ଅତିଥିଶାଳା କାହିଁ?
15ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।”
16ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
17ସନ୍ଧ୍ୟା ହୁଅନ୍ତେ ସେ ବାର ଶିଷ୍ୟଙ୍କ ସହିତ ଆସିଲେ।