16ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
17ସନ୍ଧ୍ୟା ହୁଅନ୍ତେ ସେ ବାର ଶିଷ୍ୟଙ୍କ ସହିତ ଆସିଲେ।
18ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
19ସେଥିରେ ଶିଷ୍ୟମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କଅଣ ମୁଁ?
20ଯୀଶୁ ସେମାନଙ୍କୁ କହିଲେ, “ବାରଜଣଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସହିତ ପାତ୍ରରେ ହାତ ବୁଡ଼ାଉଅଛି।