ମାର୍କ 14

କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।

Mark 14:2 (UKJV) But they said, Not on the feast day, lest there be an uproar of the people.

1ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ।

2କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।

3ସେ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଭୋଜନରେ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।

4କିନ୍ତୁ କେତେକ ଲୋକ ବିରକ୍ତ ହୋଇ ପରସ୍ପରକୁ କହିଲେ, ତୈଳ କାହିଁକି ଏପରି ନଷ୍ଟ ହେଲା?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.