21ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ଯାଉଅଛନ୍ତି ସତ୍ୟ, କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର! ସେହି ଲୋକ ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”
22ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।”
23ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ।
24ଆଉ, ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ।
25ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।”