25ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।”
26ପୁଣି, ସେମାନେ ସ୍ତବଗାନ କଲା ଉତ୍ତାରେ ଜୀତପର୍ବତକୁ ବାହାରିଗଲେ।
27ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖାଅଛି, ‘ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।’
28କିନ୍ତୁ ମୁଁ ଉତ୍ଥିତ ହେବା ପରେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯିବି।”
29ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ।