27ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖାଅଛି, ‘ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।’
28କିନ୍ତୁ ମୁଁ ଉତ୍ଥିତ ହେବା ପରେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯିବି।”
29ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ।
30ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”
31କିନ୍ତୁ ପିତର ଦୃଢ଼ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ପୁଣି, ସମସ୍ତେ ମଧ୍ୟ ସେହି ପ୍ରକାର କହିଲେ।