31କିନ୍ତୁ ପିତର ଦୃଢ଼ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ପୁଣି, ସମସ୍ତେ ମଧ୍ୟ ସେହି ପ୍ରକାର କହିଲେ।
32ପରେ ସେମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।”
33ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ।
34ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ।”
35ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ।