2କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।
3ସେ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଭୋଜନରେ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।
4କିନ୍ତୁ କେତେକ ଲୋକ ବିରକ୍ତ ହୋଇ ପରସ୍ପରକୁ କହିଲେ, ତୈଳ କାହିଁକି ଏପରି ନଷ୍ଟ ହେଲା?
5ଏହି ତୈଳ ତ ତିନିଶହ ଦିନର ମଜୁରୀ ସମାନ ଟଙ୍କାରୁ ଅଧିକ ମୂଲ୍ୟରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା। ତେଣୁ ସେମାନେ ସେହି ସ୍ତ୍ରୀଲୋକକୁ ଗାଳି କରିବାକୁ ଲାଗିଲେ।
6କିନ୍ତୁ ଯୀଶୁ କହିଲେ, “ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ? ସେ ମୋ ପ୍ରତି ଉତ୍ତମ କର୍ମ କରିଅଛି।