41ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, “ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
42ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”
43ଆଉ ତତ୍କ୍ଷଣାତ୍, ଯୀଶୁ କଥା କହୁଥିବା ସମୟରେ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କଠାରୁ ଲୋକସମୂହ ଖଡ୍ଗ ଓ ଠେଙ୍ଗା ଧରି ଆସିଲେ।
44ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ।
45ଏଣୁ ସେ ସେହିକ୍ଷଣି ତାହାଙ୍କ ପାଖକୁ ଯାଇ, ହେ ଗୁରୁ ବୋଲି କହି ତାହାଙ୍କୁ ଚୁମ୍ବନ କଲା।