ମାର୍କ 14

ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ।

Mark 14:44 (UKJV) And he that betrayed him had given them a token, saying, Whomsoever I shall kiss, that same is he; take him, and lead him away safely.

42ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”

43ଆଉ ତତ୍‌କ୍ଷଣାତ୍, ଯୀଶୁ କଥା କହୁଥିବା ସମୟରେ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କଠାରୁ ଲୋକସମୂହ ଖଡ୍ଗ ଓ ଠେଙ୍ଗା ଧରି ଆସିଲେ।

44ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ।

45ଏଣୁ ସେ ସେହିକ୍ଷଣି ତାହାଙ୍କ ପାଖକୁ ଯାଇ, ହେ ଗୁରୁ ବୋଲି କହି ତାହାଙ୍କୁ ଚୁମ୍ବନ କଲା।

46ସେଥିରେ ସେମାନେ ତାହାଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.