46ସେଥିରେ ସେମାନେ ତାହାଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ।
47କିନ୍ତୁ ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କ ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ।
48ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ?
49ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥାଇ ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; ମାତ୍ର ଧର୍ମଶାସ୍ତ୍ରର ବାକ୍ୟସମୂହ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହି ସମସ୍ତ ଘଟୁଅଛି।”
50ସେତେବେଳେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।