50ସେତେବେଳେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
51କିନ୍ତୁ ଜଣେ ଯୁବା ଉଲଗ୍ନ ଦେହରେ ଖଣ୍ଡେ ସରୁ ଚାଦର ଘୋଡ଼ାଇ ହୋଇ ତାହାଙ୍କ ପଛେ ପଛେ ଯାଉଥିଲା; ସେମାନେ ତାହାକୁ ଧରିଲେ,
52ମାତ୍ର ସେ ସେହି ସରୁ ଚାଦର ଖଣ୍ଡିକ ଛାଡ଼ିଦେଇ ଖାଲି ଦେହରେ ପଳାଇଗଲା।
53ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି, ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ।
54ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ।