51କିନ୍ତୁ ଜଣେ ଯୁବା ଉଲଗ୍ନ ଦେହରେ ଖଣ୍ଡେ ସରୁ ଚାଦର ଘୋଡ଼ାଇ ହୋଇ ତାହାଙ୍କ ପଛେ ପଛେ ଯାଉଥିଲା; ସେମାନେ ତାହାକୁ ଧରିଲେ,
52ମାତ୍ର ସେ ସେହି ସରୁ ଚାଦର ଖଣ୍ଡିକ ଛାଡ଼ିଦେଇ ଖାଲି ଦେହରେ ପଳାଇଗଲା।
53ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି, ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ।
54ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ।
55ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;