ମାର୍କ 14

ପରେ କେତେକ ଲୋକ ଉଠି ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇ କହିବାକୁ ଲାଗିଲେ,

Mark 14:57 (UKJV) And there arose certain, and bare false witness against him, saying,

55ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;

56କାରଣ ଅନେକେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଲେ ହେଁ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ।

57ପରେ କେତେକ ଲୋକ ଉଠି ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇ କହିବାକୁ ଲାଗିଲେ,

58ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି।

59କିନ୍ତୁ ଏଥିରେ ମଧ୍ୟ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.