57ପରେ କେତେକ ଲୋକ ଉଠି ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇ କହିବାକୁ ଲାଗିଲେ,
58ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି।
59କିନ୍ତୁ ଏଥିରେ ମଧ୍ୟ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ।
60ତହିଁରେ ମହାଯାଜକ ମଧ୍ୟସ୍ଥଳରେ ଠିଆ ହୋଇ ଯୀଶୁଙ୍କୁ ପଚାରିଲେ, ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ସେଥିରେ କିଛି ଉତ୍ତର ଦେଉ ନାହଁ?
61କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ ପରମ-ଧନ୍ୟଙ୍କ ପୁତ୍ର ଖ୍ରୀଷ୍ଟ କି?