59କିନ୍ତୁ ଏଥିରେ ମଧ୍ୟ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ।
60ତହିଁରେ ମହାଯାଜକ ମଧ୍ୟସ୍ଥଳରେ ଠିଆ ହୋଇ ଯୀଶୁଙ୍କୁ ପଚାରିଲେ, ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ସେଥିରେ କିଛି ଉତ୍ତର ଦେଉ ନାହଁ?
61କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ ପରମ-ଧନ୍ୟଙ୍କ ପୁତ୍ର ଖ୍ରୀଷ୍ଟ କି?
62ଯୀଶୁ କହିଲେ, “ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”
63ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ?