63ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ?
64ଆପଣମାନେ ତ ଈଶ୍ବର ନିନ୍ଦା ଶୁଣିଲେ; ଆପଣମାନଙ୍କର ବିଚାର କଅଣ? ଏଥିରେ ସେମାନେ ସମସ୍ତେ ସେ ପ୍ରାଣଦଣ୍ଡ ଯୋଗ୍ୟ ବୋଲି ମତ ଦେଲେ।
65ପୁଣି, କେହି କେହି ତାହାଙ୍କ ଉପରେ ଛେପ ପକାଇବାକୁ ଲାଗିଲେ ଓ ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ବିଧା ମାରି କହିବାକୁ ଲାଗିଲେ, ତୁ ପରା ଭାବବାଦୀ! ପ୍ରମାଣ ଦେ। ଆଉ ପଦାତିକମାନେ ଚାପୁଡ଼ା ମାରୁ ମାରୁ ତାହାଙ୍କୁ ଧରି ଘେନିଗଲେ।
66ଇତିମଧ୍ୟରେ ପିତର ତଳେ ପ୍ରାଙ୍ଗଣରେ ଥିବା ସମୟରେ ମହାଯାଜକଙ୍କର ଦାସୀ ଆସି ପିତରଙ୍କୁ ନିଆଁ ସେକି ହେଉଥିବାର ଦେଖିଲା,
67ଆଉ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ।